< Sáng Thế 20 >
1 Từ đó, Áp-ra-ham tiến xuống phía nam, đến vùng Nê-ghép, cư ngụ giữa Ca-đe và Su-rơ, sau đó, ông đi xuống thành Ghê-ra.
ଏଥିଉତ୍ତାରେ ଅବ୍ରହାମ ସେଠାରୁ ଦକ୍ଷିଣ ଦେଶକୁ ଯାତ୍ରା କରି କାଦେଶ ଓ ଶୂରର ମଧ୍ୟସ୍ଥାନରେ ଥାଇ ଗରାରରେ ପ୍ରବାସ କଲେ।
2 Trong khi tạm cự tại đó, ông giới thiệu Sa-ra là em gái mình. Vì thế, Vua A-bi-mê-léc cho rước Sa-ra vào cung.
ପୁଣି, ଅବ୍ରହାମ ଆପଣା ଭାର୍ଯ୍ୟା ସାରା ବିଷୟରେ କହିଲେ, “ସେ ମୋହର ଭଗିନୀ;” ଏହେତୁ ଗରାରର ରାଜା ଅବିମେଲକ ଲୋକ ପଠାଇ ସାରାକୁ ନେଇଗଲେ।
3 Đêm ấy, Đức Chúa Trời báo mộng cho vua: “Ngươi phải chết, vì người đàn bà ngươi đem vào cung đã có chồng.”
ତହୁଁ ରାତ୍ରିକାଳରେ ପରମେଶ୍ୱର ସ୍ୱପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, “ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକୁ ତୁମ୍ଭେ ନେଇଅଛ, ତାହାର ସ୍ୱାମୀ ଅଛି।”
4 Vì A-bi-mê-léc chưa đụng đến Sa-ra nên vua tự bào chữa: “Không lẽ Chúa diệt người vô tội?
ମାତ୍ର ଅବିମେଲକ ତାହାର ସହବାସ କରି ନ ଥିବାରୁ କହିଲେ, “ହେ ପ୍ରଭୁ, ଯେଉଁ ଦେଶୀୟ ଲୋକେ ନିର୍ଦ୍ଦୋଷ, ସେମାନଙ୍କୁ ହିଁ କି ଆପଣ ବଧ କରିବେ?
5 Áp-ra-ham đã nói: ‘Nàng là em gái tôi’ cơ mà! Và nàng cũng xác nhận: ‘Áp-ra-ham là anh tôi.’ Con thật tình không có ý làm điều sai trái.”
ସେହି ବ୍ୟକ୍ତି କି ନିଜେ ମୋତେ କହି ନ ଥିଲା ଯେ, ସେ ମୋହର ଭଗିନୀ? ପୁଣି, ସେହି ସ୍ତ୍ରୀ ନିଜେ କହିଲା କି ସେ ମୋହର ଭ୍ରାତା; ଏଣୁ ମନର ସରଳତା ଓ ହସ୍ତର ନିର୍ଦ୍ଦୋଷତାରେ ମୁଁ ଏହି କାର୍ଯ୍ୟ କରିଅଛି।”
6 Đức Chúa Trời đáp: “Phải, Ta biết, nên Ta ngăn ngươi phạm tội và không cho ngươi đụng đến nàng.
ତେବେ ପରମେଶ୍ୱର ସ୍ୱପ୍ନ ଯୋଗେ ତାହାକୁ କହିଲେ, “ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି, ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏନିମନ୍ତେ ତାଙ୍କୁ ସ୍ପର୍ଶ କରିବାକୁ ତୁମ୍ଭଙ୍କୁ ଦେଲୁ ନାହିଁ।
7 Hãy giao trả nàng về nhà chồng. Chồng nàng sẽ cầu nguyện cho ngươi khỏi chết, vì chồng nàng là nhà tiên tri. Nếu ngươi giữ nàng lại, chắc chắn ngươi và toàn dân ngươi sẽ chết.”
ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”
8 Vua dậy sớm, triệu tập quần thần, và thuật cho họ nghe mọi việc; ai nấy đều khiếp sợ.
ଏଥିଉତ୍ତାରେ ଅବିମେଲକ ପ୍ରଭାତରେ ଉଠି ଦାସମାନଙ୍କୁ ଡାକି ଏସବୁ ବୃତ୍ତାନ୍ତ ସେମାନଙ୍କ କର୍ଣ୍ଣଗୋଚର କରନ୍ତେ, ସେମାନେ ଅତି ଭୟାକୁଳ ହେଲେ।
9 Vua gọi Áp-ra-ham đến và quở trách: “Ngươi gieo họa cho chúng ta làm gì? Ta đã làm gì đến nỗi ngươi đối xử với ta như thế? Ngươi làm cho ta và nước ta đều mắc tội. Ngươi thật là tệ bạc!
ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ।”
10 Ngươi có dụng ý gì mà lừa gạt ta như thế?”
ଅବିମେଲକ ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ କʼଣ ଦେଖି ଏରୂପ କର୍ମ କଲ?”
11 Áp-ra-ham đáp: “Tôi tưởng nơi này không có người kính sợ Chúa, e có người sẽ giết tôi để cướp vợ tôi.
ସେତେବେଳେ ଅବ୍ରହାମ କହିଲେ, “ଏ ଦେଶରେ ପରମେଶ୍ୱରଙ୍କ ପ୍ରତି କିଛି ଭୟ ନାହିଁ; ଏନିମନ୍ତେ ମୁଁ ଭାବିଲି, ଏମାନେ ଅବା ମୋହର ଭାର୍ଯ୍ୟା ଲୋଭରେ ମୋତେ ବଧ କରିବେ।
12 Thật tình, nàng cũng là em tôi, em một cha khác mẹ, nhưng tôi cưới nàng làm vợ.
ସେ ମୋହର ଭଗିନୀ, ଏହା ସତ୍ୟ, ଯେହେତୁ ସେ ମୋହର ପିତୃକନ୍ୟା, ମାତୃକନ୍ୟା ନୁହେଁ, ପୁଣି, ମୋହର ଭାର୍ଯ୍ୟା ହେଲା।
13 Khi Đức Chúa Trời sai tôi đi đây đó xa quê hương, tôi bảo nàng: ‘Dù đi đâu, xin bà cũng hãy xưng bà là em gái tôi.’”
ଯେତେବେଳେ ପରମେଶ୍ୱର ମୋତେ ପୈତୃକ ଗୃହରୁ ଭ୍ରମଣ କରାଇଲେ, ସେତେବେଳେ ମୁଁ ତାହାକୁ କହିଲି, ‘ତୁମ୍ଭେ ମୋʼ ପ୍ରତି ଏହି ଅନୁଗ୍ରହ କରିବ, ଆମ୍ଭେମାନେ ଯେଉଁ ଯେଉଁ ସ୍ଥାନକୁ ଯିବୁ, ସେହି ସେହି ସ୍ଥାନରେ ତୁମ୍ଭେ ମୋତେ ଭାଇ ବୋଲି ପରିଚୟ ଦେବ।’”
14 Vua A-bi-mê-léc ban tặng cho Áp-ra-ham nhiều chiên, bò, tôi trai, tớ gái; và giao trả Sa-ra.
ସେତେବେଳେ ଅବିମେଲକ ମେଷ ଓ ଗୋରୁ ଓ ଦାସଦାସୀ ଅଣାଇ ଅବ୍ରହାମଙ୍କୁ ଦେଲେ ଓ ତାଙ୍କର ଭାର୍ଯ୍ୟା ସାରାକୁ ମଧ୍ୟ ଫେରାଇ ଦେଲେ।
15 Vua bảo: “Cứ đi khắp nước ta, xem địa điểm nào ngươi thích, rồi định cư ở đó.”
ଏଥିଉତ୍ତାରେ ଅବିମେଲକ କହିଲେ, “ଦେଖ, ଆମ୍ଭର ଏହି ସମସ୍ତ ଦେଶ ତୁମ୍ଭ ସମ୍ମୁଖରେ ଅଛି, ତୁମ୍ଭର ଯେଉଁଠାରେ ଇଚ୍ଛା, ସେହିଠାରେ ବାସ କର।”
16 Vua quay lại nói với Sa-ra: “Đây, ta trả cho anh ngươi 1.000 lạng bạc để bồi thường danh dự. Thế là danh dự ngươi thật hoàn toàn, không chút hề hấn.”
ପୁଣି, ସେ ସାରାକୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ଭ୍ରାତାକୁ ସହସ୍ର ଖଣ୍ଡ ରୂପା ଦେଲୁ; ଦେଖ, ତାହା ତୁମ୍ଭ ପ୍ରତି ଘଟିଥିବା ସକଳ ବିଷୟ ନିମନ୍ତେ ସମସ୍ତଙ୍କ ସାକ୍ଷାତରେ ଚକ୍ଷୁର ଆବରଣ ସ୍ୱରୂପ; ଆଉ ସମସ୍ତ ବିଷୟରେ ତୁମ୍ଭ ପ୍ରତି ନ୍ୟାୟବିଚାର କରାଗଲା।”
17 Áp-ra-ham cầu xin Đức Chúa Trời chữa lành cho vua, hoàng hậu, và toàn nữ tì trong hoàng tộc để họ có thể sinh sản.
ଏଥିଉତ୍ତାରେ ଅବ୍ରହାମ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ୱର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ।
18 Vì Chúa Hằng Hữu đã phạt A-bi-mê-léc, không cho hoàng hậu và các cung nữ có con, sau khi A-bi-mê-léc bắt vợ của Áp-ra-ham.
ଯେହେତୁ ଅବ୍ରହାମଙ୍କର ଭାର୍ଯ୍ୟା ସାରା ସକାଶେ ସଦାପ୍ରଭୁ ଅବିମେଲକଙ୍କ ଗୃହସ୍ଥିତ ଲୋକମାନଙ୍କର ଗର୍ଭରୋଧ କରିଥିଲେ।