Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, 1-John Chapter 5 https://www.AionianBible.org/Bibles/Oriya---Oriya-Bible/1-John/5 1) ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ବରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ। 2) ଆମ୍ଭେମାନେ ଯେତେବେଳେ ଈଶ୍ବରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ। 3) କାରଣ ଈଶ୍ବରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ। 4) ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ। 5) ଯୀଶୁ ଈଶ୍ବରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ? 6) ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ; 7) ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ। 8) ଆତ୍ମା, ଜଳ ଓ ରକ୍ତ, ଏହି ତିନି ସାକ୍ଷ୍ୟ ଦିଅନ୍ତି, ପୁଣି ତିନିର ସାକ୍ଷ୍ୟ ଏକ। 9) ଆମ୍ଭେମାନେ ଯଦି ମନୁଷ୍ୟର ସାକ୍ଷ୍ୟ ଗ୍ରହଣ କରୁ, ତେବେ ଈଶ୍ବରଙ୍କ ସାକ୍ଷ୍ୟ ତାହାଠାରୁ ଶ୍ରେଷ୍ଠ, ଆଉ ଈଶ୍ବରଙ୍କ ସାକ୍ଷ୍ୟ ଏହା ଯେ, ସେ ଆପଣାର ପୁତ୍ରଙ୍କ ସମ୍ବନ୍ଧରେ ସାକ୍ଷ୍ୟ ଦେଇଅଛନ୍ତି। 10) ଯେ ଈଶ୍ବରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ବରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ବର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ। 11) ସେହି ସାକ୍ଷ୍ୟ ଏହି ଯେ, ଈଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି। (aiōnios g166) 12) ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ। 13) ଈଶ୍ବରଙ୍କ ପୁତ୍ରଙ୍କ ନାମରେ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନନ୍ତ ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି। (aiōnios g166) 14) ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି। 15) ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହିସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ। 16) କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ବର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ। ମୃତ୍ୟୁଜନକ ପାପ ଅଛି; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ। 17) ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଏପରି ପାପ ଅଛି, ଯାହା ମୃତ୍ୟୁଜନକ ନୁହେଁ। 18) ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ବରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ। 19) ଆମ୍ଭେମାନେ ଯେ ଈଶ୍ବରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ। 20) ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି। (aiōnios g166) 21) ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର। ଆମେନ୍। Additional comments?
Refresh Captcha
The world's first Holy Bible un-translation!