Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, 2-Chronicles Chapter 14 https://www.AionianBible.org/Bibles/Oriya---Oriya-Bible/2-Chronicles/14 1) ଏଥିଉତ୍ତାରେ ଅବୀୟଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ, ଆଉ ତାଙ୍କର ପୁତ୍ର ଆସା ତାଙ୍କ ପଦରେ ରାଜ୍ୟ କଲେ। ଏହାଙ୍କ ଅଧିକାର ସମୟରେ ଦେଶ ଦଶ ବର୍ଷ ସୁସ୍ଥିର ରହିଲା। 2) ପୁଣି ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ କର୍ମ କଲେ; 3) କାରଣ ସେ ଅନ୍ୟ (ଦେବଗଣର) ଯଜ୍ଞବେଦି ଓ ଉଚ୍ଚସ୍ଥଳୀସକଳ ଦୂର କଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିସକଳ ଛେଦନ କଲେ; 4) ଆଉ ସେ ଯିହୁଦାର ଲୋକମାନଙ୍କୁ ସେମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ, ପୁଣି ବ୍ୟବସ୍ଥା ଓ ଆଜ୍ଞା ପ୍ରତିପାଳନ କରିବାକୁ ଆଦେଶ ଦେଲେ। 5) ଆହୁରି, ସେ ଯିହୁଦାର ସମସ୍ତ ନଗରରୁ ଉଚ୍ଚସ୍ଥଳୀ ଓ ସୂର୍ଯ୍ୟ-ପ୍ରତିମାସବୁ ଦୂର କଲେ ଓ ତାଙ୍କ ସମ୍ମୁଖରେ ରାଜ୍ୟ ସୁସ୍ଥିର ହେଲା। 6) ପୁଣି, ସେ ଯିହୁଦା ଦେଶରେ କେତେକ ପ୍ରାଚୀର-ବେଷ୍ଟିତ ନଗର ନିର୍ମାଣ କଲେ; କାରଣ ସେହି କେତେକ ବର୍ଷ ଦେଶ ସୁସ୍ଥିର ଥିଲା ଓ ତାଙ୍କୁ ଯୁଦ୍ଧ କରିବାକୁ ନୋହିଲା; ଯେହେତୁ ସଦାପ୍ରଭୁ ତାଙ୍କୁ ବିଶ୍ରାମ ଦେଇଥିଲେ। 7) ଏହେତୁ ସେ ଯିହୁଦାକୁ କହିଲେ, “ଆସ, ଆମ୍ଭେମାନେ ଏହିସବୁ ନଗର ନିର୍ମାଣ କରି ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଓ ଦୁର୍ଗ, ଦ୍ୱାର ଓ ଅର୍ଗଳ ପ୍ରସ୍ତୁତ କରୁ; ଦେଶ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ସମ୍ମୁଖରେ ଅଛି, ଯେହେତୁ ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଅନ୍ୱେଷଣ କରିଅଛୁ; ଆମ୍ଭେମାନେ ତାହାଙ୍କର ଅନ୍ୱେଷଣ କରିଅଛୁ ଓ ସେ ଆମ୍ଭମାନଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଇଅଛନ୍ତି।” ତହୁଁ ସେମାନେ ନଗର ନିର୍ମାଣ କରି କୃତକାର୍ଯ୍ୟ ହେଲେ। 8) ଏହି ଆସାଙ୍କର ଯିହୁଦା ମଧ୍ୟରୁ ତିନି ଲକ୍ଷ ଢାଲ ଓ ବର୍ଚ୍ଛାଧାରୀ ଓ ବିନ୍ୟାମୀନ୍ ମଧ୍ୟରୁ ଦୁଇ ଲକ୍ଷ ଅଶୀ ହଜାର ଢାଲ ଓ ଧନୁର୍ଦ୍ଧାରୀ, ଏକ ସୈନ୍ୟଦଳ ଥିଲେ; ଏସମସ୍ତେ ମହାବିକ୍ରମଶାଳୀ ଲୋକ ଥିଲେ। 9) ଏଉତ୍ତାରେ କୂଶଦେଶୀୟ ସେରହ ଦଶ ଲକ୍ଷ ସୈନ୍ୟ ଓ ତିନି ଶହ ରଥ ନେଇ ସେମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିଲା; ସେ ମାରେଶା ପର୍ଯ୍ୟନ୍ତ ଆସିଲା। 10) ସେତେବେଳେ ଆସା ତାହାକୁ ଭେଟିବାକୁ ଯାଆନ୍ତେ, ସେମାନେ ମାରେଶା ନିକଟସ୍ଥ ସଫାଥା ଉପତ୍ୟକାରେ ଯୁଦ୍ଧ ସଜାଇଲେ। 11) ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୋ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।” 12) ଏଥିରେ ସଦାପ୍ରଭୁ ଆସା ସମ୍ମୁଖରେ ଓ ଯିହୁଦା ସମ୍ମୁଖରେ କୂଶୀୟମାନଙ୍କୁ ଆଘାତ କଲେ; ତହୁଁ କୂଶୀୟମାନେ ପଳାୟନ କଲେ। 13) ଏଉତ୍ତାରେ ଆସା ଓ ତାଙ୍କ ସଙ୍ଗୀ ଲୋକମାନେ ଗରାର ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗୋଡ଼ାଇଲେ; ତହିଁରେ କୂଶୀୟମାନଙ୍କର ଏତେ ଲୋକ ମାରା ପଡ଼ିଲେ ଯେ, ସେମାନେ ଆଉ ସବଳ ହୋଇ ଉଠି ପାରିଲେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ସୈନ୍ୟ ସମ୍ମୁଖରେ ବିନଷ୍ଟ ହେଲେ; ଏଣୁ ଯିହୁଦା-ଲୋକମାନେ ଅପାର ଲୁଟଦ୍ରବ୍ୟ ବହିନେଲେ। 14) ଆଉ, ସେମାନେ ଗରାରର ଚତୁର୍ଦ୍ଦିଗସ୍ଥ ନଗରସବୁ ଆଘାତ କଲେ; କାରଣ ସଦାପ୍ରଭୁଙ୍କ ଭୟ ସେହି ସବୁ ନଗର ଉପରେ ଉପସ୍ଥିତ ହେଲା; ପୁଣି ସେମାନେ ସମସ୍ତ ନଗର ଲୁଟ କଲେ; କାରଣ ତହିଁ ମଧ୍ୟରେ ଅନେକ ଲୁଟଦ୍ରବ୍ୟ ଥିଲା। 15) ମଧ୍ୟ ସେମାନେ ପଶୁପଲର ତମ୍ବୁସବୁ ଆଘାତ କଲେ, ଆଉ ବିସ୍ତର ମେଷ ଓ ଓଟ ନେଇ ଯିରୂଶାଲମକୁ ଫେରିଗଲେ। Additional comments?
Refresh Captcha
The world's first Holy Bible un-translation!