Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, 2-Samuel Chapter 8 https://www.AionianBible.org/Bibles/Oriya---Oriya-Bible/2-Samuel/8 1) ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଏବଂ ମାତୃନଗରର କର୍ତ୍ତୃତ୍ୱ ନେଲେ। 2) ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ। ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ତାଙ୍କୁ କର ଦେଲେ। 3) ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ପାଇବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ। 4) ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ। 5) ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ହଦଦେଷର ରାଜାର ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ। 6) ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ କର ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ। 7) ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ-ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ। 8) ପୁଣି ଦାଉଦ ରାଜା ହଦଦେଷର-ଅଧିକାରସ୍ଥ ବେଟହ ଓ ବେରୋଥା ନଗରରୁ ବହୁ ପରିମାଣର ପିତ୍ତଳ ଆଣିଲେ। 9) ଏଥିଉତ୍ତାରେ ଦାଉଦ ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତର ରାଜା ତୟି ଶୁଣନ୍ତେ, 10) ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ନିମନ୍ତେ ଓ ହଦଦେଷର ପ୍ରତିକୂଳରେ ଯୁଦ୍ଧ କରି ପରାସ୍ତ କରିବା ସକାଶୁ ତାଙ୍କୁ ଧନ୍ୟବାଦ ଦେବା ନିମନ୍ତେ ସେ ଆପଣା ପୁତ୍ର ଯୋରାମ୍କୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷର ସଙ୍ଗେ ତୟିର ଯୁଦ୍ଧ ଥିଲା। ପୁଣି ଯୋରାମ୍ ଆପଣା ସଙ୍ଗେ ରୂପା, ସୁନା, ଓ ପିତ୍ତଳର ପାତ୍ର ନେଇ ଆସିଥିଲା। 11) ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେଉଁ ସମସ୍ତ ଗୋଷ୍ଠୀକୁ ବଶୀଭୂତ କରିଥିଲେ, ସେମାନଙ୍କଠାରୁ, 12) ଅର୍ଥାତ୍, ଅରାମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା, ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟିତ ଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ। 13) ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟମାନଙ୍କର ଅଠର ହଜାର ଲୋକ ବଧ କରି ଫେରିଆସି ବଡ଼ ନାମ ପାଇଲେ। 14) ପୁଣି ସେ ଇଦୋମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀ-ଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ। ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ। 15) ଏହିରୂପେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କଲେ; ପୁଣି ଦାଉଦ ଆପଣାର ସମସ୍ତ ଲୋକ ପ୍ରତି ବିଚାର ଓ ନ୍ୟାୟ କଲେ। 16) ଆଉ ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ ଥିଲା; 17) ପୁଣି ଅହୀଟୂବ୍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍ ଯାଜକ ଥିଲେ; ସରାୟ ଲେଖକ ଥିଲା; 18) ଆଉ ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା, ପୁଣି ଦାଉଦଙ୍କର ପୁତ୍ରମାନେ ରାଜକୀୟ ଉପଦେଷ୍ଟା ଥିଲେ। Additional comments?
Refresh Captcha
The world's first Holy Bible un-translation!