Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Ezekiel Chapter 3 https://www.AionianBible.org/Bibles/Oriya---Oriya-Bible/Ezekiel/3 1) ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ନିକଟରେ ଯାହା ଉପସ୍ଥିତ ତାହା ଭୋଜନ କର; ଏହି ନଳାକାର ପୁସ୍ତକ ଭୋଜନ କର ଓ ଯାଇ ଇସ୍ରାଏଲ ବଂଶ ସହିତ କଥା କୁହ।” 2) ତହିଁରେ ମୁଁ ଆପଣା ମୁଖ ଫିଟାନ୍ତେ, ସେ ମୋତେ ସେହି ନଳାକାର ପୁସ୍ତକ ଭୋଜନ କରାଇଲେ। 3) ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର!” ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋʼ ମୁଖକୁ ମଧୁପରି ଲାଗିଲା। 4) ଏଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟକୁ ଯାଇ ସେମାନଙ୍କୁ ଆମ୍ଭର ବାକ୍ୟସକଳ କୁହ। 5) କାରଣ ତୁମ୍ଭେ କୌଣସି ବିଦେଶୀୟ ଓ କଠିନ ଭାଷାବାଦୀ ଗୋଷ୍ଠୀ ନିକଟକୁ ପ୍ରେରିତ ନ ହୋଇ ଇସ୍ରାଏଲ ବଂଶ ନିକଟକୁ ପ୍ରେରିତ ହେଉଅଛ; 6) ଯେଉଁମାନଙ୍କର ଭାଷା ତୁମ୍ଭେ ବୁଝି ନ ପାର, ଏପରି ବିଦେଶୀୟ ଓ କଠିନ ଭାଷାବାଦୀ ଅନେକ ଗୋଷ୍ଠୀ ନିକଟକୁ ତୁମ୍ଭେ ପ୍ରେରିତ ହେଉ ନାହଁ। ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପଠାଇଲେ, ସେମାନେ ନିଶ୍ଚୟ ତୁମ୍ଭର କଥା ଶୁଣନ୍ତେ। 7) ମାତ୍ର ଇସ୍ରାଏଲ ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ ବଂଶ ଶକ୍ତଗ୍ରୀବ ଓ କଠିନ ଚିତ୍ତ ଅଟନ୍ତି। 8) ଦେଖ, ଆମ୍ଭେ ସେମାନଙ୍କ ମୁଖର ପ୍ରତିକୂଳରେ ତୁମ୍ଭର ମୁଖ ଓ ସେମାନଙ୍କ କପାଳର ପ୍ରତିକୂଳରେ ତୁମ୍ଭର କପାଳ ଦୃଢ଼ କରିଅଛୁ। 9) ଆମ୍ଭେ ଚକ୍ମକି ପ୍ରସ୍ତର ଅପେକ୍ଷା ଦୃଢ଼ ହୀରକ ତୁଲ୍ୟ ତୁମ୍ଭର କପାଳ କରିଅଛୁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ସେମାନଙ୍କୁ ଭୟ କର ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।” 10) ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହି ସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର। 11) ପୁଣି, ତୁମ୍ଭ ଲୋକଙ୍କର ନିର୍ବାସିତ ସନ୍ତାନଗଣ ନିକଟକୁ ଯାଇ ସେମାନଙ୍କୁ କୁହ; ସେମାନେ ଶୁଣନ୍ତୁ ଅବା ନ ଶୁଣନ୍ତୁ, ସେମାନଙ୍କୁ ଜଣାଅ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।’” 12) ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତରେ, “ଧନ୍ୟ ସଦାପ୍ରଭୁଙ୍କର ମହିମା,” ଏହି କଥା ମହା ଖରତର ଶବ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି। 13) ପୁଣି, ସେହି ଜୀବିତ ପ୍ରାଣୀମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କରନ୍ତେ, ମୁଁ ତହିଁର ଶବ୍ଦ ଓ ସେମାନଙ୍କ ପାର୍ଶ୍ୱସ୍ଥ ଚକ୍ରର ଶବ୍ଦ, ଏହି ମହା ଖରତର ଶବ୍ଦ ଶୁଣିଲି। 14) ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ପ୍ରବଳ ଥିଲା। 15) ତେବେ ମୁଁ ତେଲଆବୀବକୁ, କବାର ନଦୀତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି ଓ ସେମାନେ ଯେଉଁ ସ୍ଥାନରେ ବାସ କଲେ, ସେହି ସ୍ଥାନରେ ସେମାନଙ୍କ ମଧ୍ୟରେ ସ୍ତବ୍ଧ ହୋଇ ସାତ ଦିନ ବସି ରହିଲି। 16) ଏଥିଉତ୍ତାରେ ସାତ ଦିନ ସମାପ୍ତ ହେଲା ପରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା: 17) “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ। 18) ‘ତୁମ୍ଭେ ନିଶ୍ଚୟ ମରିବ,’ ଏହି କଥା ଯେତେବେଳେ ଆମ୍ଭେ ଦୁଷ୍ଟକୁ କହୁ; ସେତେବେଳେ ତୁମ୍ଭେ ଯଦି ତାହାକୁ ଚେତନା ନ ଦିଅ, କିଅବା ତାହାର ପ୍ରାଣ ରକ୍ଷା ନିମନ୍ତେ ଚେତନା ଦେବା ପାଇଁ ସେହି ଦୁଷ୍ଟ ଲୋକକୁ ତାହାର କୁପଥ ବିଷୟରେ କିଛି ନ କୁହ; ତେବେ ସେହି ଦୁଷ୍ଟ ଲୋକ ଆପଣା ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା। 19) ତଥାପି ତୁମ୍ଭେ ଯଦି ଦୁଷ୍ଟକୁ ଚେତନା ଦିଅ, ଆଉ ସେ ଆପଣା ଦୁଷ୍ଟତାରୁ ଓ ଆପଣା କୁପଥରୁ ନ ଫେରେ, ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ। 20) ପୁନର୍ବାର କୌଣସି ଧାର୍ମିକ ଲୋକ ଯଦି ଆପଣା ଧର୍ମରୁ ଫେରି ଅଧର୍ମ କରେ ଓ ଆମ୍ଭେ ତାହା ସମ୍ମୁଖରେ ବାଧା ରଖୁ, ତେବେ ସେ ମରିବ; ତୁମ୍ଭେ ତାହାକୁ ଚେତନା ନ ଦେବା ସକାଶୁ ସେ ଆପଣା ପାପରେ ମରିବ ଓ ତାହାର ଧର୍ମକର୍ମସବୁ ସ୍ମରଣ କରାଯିବ ନାହିଁ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା। 21) ତଥାପି ଧାର୍ମିକ ଲୋକ ଯେପରି ପାପ ନ କରିବ, ଏଥିପାଇଁ ତୁମ୍ଭେ ଧାର୍ମିକ ଲୋକକୁ ଚେତନା ଦେଲେ, ସେ ଯଦି ପାପ ନ କରେ, ତେବେ ସେ ଚେତନା ଗ୍ରହଣ କରିବା ସକାଶୁ ନିଶ୍ଚୟ ବଞ୍ଚିବ ଓ ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।” 22) ଏଥିଉତ୍ତାରେ ସେହି ସ୍ଥାନରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠାନ କଲା; ପୁଣି, ସେ ମୋତେ କହିଲେ, “ତୁମ୍ଭେ ଉଠି ପଦାଭୂମିକୁ ବାହାରି ଯାଅ, ଆଉ ଆମ୍ଭେ ସେଠାରେ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବା!” 23) ତହିଁରେ ମୁଁ ଉଠି ପଦାଭୂମିକୁ ବାହାରିଗଲି; ଆଉ ଦେଖ, କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ତାହାର ତୁଲ୍ୟ ସଦାପ୍ରଭୁଙ୍କର ମହିମା ସେହି ସ୍ଥାନରେ ଉପସ୍ଥିତ ହେଲା; ତହୁଁ ମୁଁ ଉବୁଡ଼ ହେଲି। 24) ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ପୁଣି, ସେ ମୋʼ ସଙ୍ଗେ କଥାବାର୍ତ୍ତା କରି ମୋତେ କହିଲେ, “ଯାଅ, ତୁମ୍ଭେ ଆପଣା ଗୃହ ଭିତରେ ଆପଣାକୁ ରୁଦ୍ଧ କରି ରଖ। 25) ମାତ୍ର ହେ ମନୁଷ୍ୟ-ସନ୍ତାନ, ଦେଖ, ଲୋକମାନେ ତୁମ୍ଭ ଉପରେ ରଜ୍ଜୁ ଦେଇ ତଦ୍ଦ୍ୱାରା ତୁମ୍ଭକୁ ବାନ୍ଧିବେ, ତହିଁରେ ତୁମ୍ଭେ ବାହାରି ସେମାନଙ୍କ ମଧ୍ୟରେ ଯିବ ନାହିଁ; 26) ପୁଣି, ଆମ୍ଭେ ତୁମ୍ଭ ଜିହ୍ୱାକୁ ତୁମ୍ଭ ମୁଖର ତାଳୁରେ ଯୁକ୍ତ କରିବା, ତହିଁରେ ତୁମ୍ଭେ ଘୁଙ୍ଗା ହେବ ଓ ସେମାନଙ୍କର ଭର୍ତ୍ସନାକାରୀ ହେବ ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ ଅଟନ୍ତି। 27) ମାତ୍ର ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ସମୟରେ ତୁମ୍ଭ ମୁଖ ଫିଟାଇବା, ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି;’ ଯେ ଶୁଣେ, ସେ ଶୁଣୁ ଓ ଯେ ନ ଶୁଣେ, ସେ ନ ଶୁଣୁ; କାରଣ ସେମାନେ ବିଦ୍ରୋହୀ ବଂଶ!” Additional comments?
Refresh Captcha
The world's first Holy Bible un-translation!