Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Hosea Chapter 2 https://www.AionianBible.org/Bibles/Oriya---Oriya-Bible/Hosea/2 1) ତୁମ୍ଭେମାନେ ଆପଣାମାନଙ୍କର ଭ୍ରାତୃଗଣଙ୍କୁ ଅମ୍ମି ଓ ଆପଣାମାନଙ୍କର ଭଗିନୀଗଣଙ୍କୁ ରୁହାମା ବୋଲି କୁହ। 2) “ତୁମ୍ଭେମାନେ ଆପଣା ମାତା ସହିତ ବାଦାନୁବାଦ କର; କାରଣ ସେ ଆମ୍ଭର ଭାର୍ଯ୍ୟା ନୁହେଁ, କିଅବା ଆମ୍ଭେ ତାହାର ସ୍ୱାମୀ ନୋହୁଁ; ସେ ଆପଣା ଦୃଷ୍ଟିରୁ ଆପଣା ବେଶ୍ୟାଚାର ଓ ଆପଣା ସ୍ତନଦ୍ୱୟର ମଧ୍ୟରୁ ବ୍ୟଭିଚାର ଦୂର କରୁ; 3) ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା; 4) ଆହୁରି, ଆମ୍ଭେ ତାହାର ସନ୍ତାନଗଣ ପ୍ରତି ଦୟା କରିବା ନାହିଁ, କାରଣ ସେମାନେ ବେଶ୍ୟାଚାରରୁ ଜାତ ସନ୍ତାନ। 5) ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, ‘ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନା ବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।’ 6) ଏଥିପାଇଁ ଦେଖ, ଆମ୍ଭେ କଣ୍ଟା ଦ୍ୱାରା ତୁମ୍ଭର ପଥ ରୁଦ୍ଧ କରିବା ଓ ଆମ୍ଭେ ତାହାର ବିରୁଦ୍ଧରେ ବାଡ଼ ବାନ୍ଧିବା, ତହିଁରେ ସେ ଆପଣା ପଥ ପାଇବ ନାହିଁ। 7) ପୁଣି, ସେ ଆପଣା ପ୍ରେମିକଗଣର ପଛେ ପଛେ ଯିବ, ମାତ୍ର ସେ ସେମାନଙ୍କର ସଙ୍ଗ ଧରିବ ନାହିଁ ଓ ସେ ସେମାନଙ୍କର ଅନ୍ଵେଷଣ କରିବ, ମାତ୍ର ଉଦ୍ଦେଶ୍ୟ ପାଇବ ନାହିଁ; ତହୁଁ ସେ କହିବ, ‘ମୁଁ ଫେରି ଆପଣା ପ୍ରଥମ ସ୍ୱାମୀ ନିକଟକୁ ଯିବି; କାରଣ ବର୍ତ୍ତମାନ ଅପେକ୍ଷା ସେତେବେଳେ ମୋର ମଙ୍ଗଳ ଥିଲା।’ 8) ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ। 9) ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା। 10) ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ। 11) ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ବନ୍ଦ କରିବା। 12) ଆଉ, ସେ ଆପଣାର ଯେଉଁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ବିଷୟରେ କହିଥିଲା ଏହିସବୁ ମୋର ପ୍ରେମିକଗଣ ମୋର ବେତନ ସ୍ୱରୂପେ ମୋତେ ଦେଇଅଛନ୍ତି, ସେହି ସବୁ ଆମ୍ଭେ ଉଜାଡ଼ କରିବା; ଆଉ, ଆମ୍ଭେ ସେହି ସବୁକୁ ଅରଣ୍ୟ କରିବା, ତହିଁରେ ବନ୍ୟ ପଶୁଗଣ ତାହା ଖାଇ ପକାଇବେ। 13) ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା, ଏହା ସଦାପ୍ରଭୁ କହନ୍ତି। 14) ଏଥିନିମନ୍ତେ ଦେଖ, ଆମ୍ଭେ ତାହାର ମନକୁ ଆକର୍ଷଣ କରି ତାହାକୁ ପ୍ରାନ୍ତରକୁ ଆଣିବା ଓ ତାହାକୁ ଚିତ୍ତ ପ୍ରବୋଧକ କଥା କହିବା। 15) ପୁଣି, ସେହି ସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର ଓ ଭରସାରୂପ ଦ୍ୱାର ନିମନ୍ତେ ଆଖୋର୍ ଉପତ୍ୟକା ଦେବା; ପୁଣି, ସେ ଯେପରି ଆପଣା ଯୌବନ କାଳରେ ଓ ମିସର ଦେଶରୁ ଆସିବା ଦିନରେ ଉତ୍ତର କରିଥିଲା, ସେପରି ସେହି ସ୍ଥାନରେ ଉତ୍ତର କରିବ। 16) ଆଉ, ସଦାପ୍ରଭୁ କହନ୍ତି, ସେହି ଦିନ ତୁମ୍ଭେ ଆମ୍ଭକୁ ‘ଈଶୀ’ (ଆମ୍ଭର ସ୍ୱାମୀ) ବୋଲି ଡାକିବ ଓ ‘ବାଲୀ’ (କର୍ତ୍ତା) ବୋଲି ଆଉ ଡାକିବ ନାହିଁ। 17) କାରଣ ଆମ୍ଭେ ତାହାର ମୁଖରୁ ବାଲ୍ ଦେବଗଣର ନାମସବୁ ଦୂର କରିବା, ପୁଣି ସେହି ନାମସବୁ ପୁନର୍ବାର ଧରାଯିବ ନାହିଁ। 18) ଆଉ, ସେହି ଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା। 19) ପୁଣି, ଆମ୍ଭେ ଚିରକାଳ ନିମନ୍ତେ ଆମ୍ଭ ପାଇଁ ତୁମ୍ଭକୁ ବାଗ୍ଦାନ କରିବା; ହଁ, ଆମ୍ଭେ ତୁମ୍ଭକୁ ଧର୍ମରେ, ନ୍ୟାୟ-ବିଚାରରେ, ସ୍ନେହପୂର୍ଣ୍ଣ କରୁଣାରେ ଓ ଦୟାରେ ଆମ୍ଭ ପାଇଁ ବାଗ୍ଦାନ କରିବା। 20) ଆମ୍ଭେ ତୁମ୍ଭକୁ ବିଶ୍ୱସ୍ତତାରେ ଆମ୍ଭ ପାଇଁ ବାଗ୍ଦାନ କରିବା; ତହିଁରେ ତୁମ୍ଭେ ସଦାପ୍ରଭୁଙ୍କୁ ଜ୍ଞାତ ହେବ। 21) ଆହୁରି, ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଉତ୍ତର ଦେବା, ଆମ୍ଭେ ଆକାଶମଣ୍ଡଳକୁ ଉତ୍ତର ଦେବା ଓ ଆକାଶମଣ୍ଡଳ ପୃଥିବୀକୁ ଉତ୍ତର ଦେବ; 22) ପୁଣି, ପୃଥିବୀ ଶସ୍ୟକୁ, ଦ୍ରାକ୍ଷାରସକୁ ଓ ତୈଳକୁ ଉତ୍ତର ଦେବ; ଆଉ, ସେହି ସମସ୍ତେ ଯିଷ୍ରିୟେଲକୁ ଉତ୍ତର ଦେବେ; 23) ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ତୁମ୍ଭେ ଆମ୍ଭର ଲୋକ ଓ ସେମାନେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’” Additional comments?
Refresh Captcha
The world's first Holy Bible un-translation!