Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Isaiah Chapter 35 https://www.AionianBible.org/Bibles/Oriya---Oriya-Bible/Isaiah/35 1) ପ୍ରାନ୍ତର ଓ ଶୂନ୍ୟସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ। 2) ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ। 3) ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥରଥର ଆଣ୍ଠୁକୁ ସୁସ୍ଥିର କର। 4) ଭୀତାନ୍ତଃକରଣମାନଙ୍କୁ କୁହ, “ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।” 5) ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ। 6) ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ। 7) ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ଡିବଣ ହେବ। 8) ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ। 9) ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ; 10) ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ। Additional comments?
Refresh Captcha
The world's first Holy Bible un-translation!