Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Isaiah Chapter 46 https://www.AionianBible.org/Bibles/Oriya---Oriya-Bible/Isaiah/46 1) ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବୋହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳାନ୍ତ ପଶୁ ପ୍ରତି ଭାର ହୋଇଅଛି। 2) ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରି ପାରିଲେ ନାହିଁ, ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି। 3) “ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ୱାରା ବୁହା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ; 4) ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା। 5) ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା? 6) ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି। 7) ସେମାନେ ତାହାକୁ ସ୍କନ୍ଧରେ ବହନ କରନ୍ତି ଓ ତାହାକୁ ବୋହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ; ଆହୁରି, କେହି ତାହାକୁ ଡାକିଲେ ହେଁ ସେ ଉତ୍ତର ଦେଇ ପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରି ପାରିବ ନାହିଁ। 8) ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ୱ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର। 9) ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ୱର, ଦ୍ୱିତୀୟ ନାହିଁ; ଆମ୍ଭେ ପରମେଶ୍ୱର, ଆମ୍ଭ ତୁଲ୍ୟ କେହି ନାହିଁ; 10) ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ‘ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,’ 11) ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା। 12) ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ। 13) ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା।” Additional comments?
Refresh Captcha
The world's first Holy Bible un-translation!