Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Job Chapter 12 https://www.AionianBible.org/Bibles/Oriya---Oriya-Bible/Job/12 1) ତହୁଁ ଆୟୁବ ଉତ୍ତର କରି କହିଲା, 2) “ତୁମ୍ଭେମାନେ ତ ଲୋକ, ସନ୍ଦେହ ନାହିଁ, ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଜ୍ଞାନ ମରିଯିବ। 3) ମାତ୍ର ତୁମ୍ଭମାନଙ୍କ ପରି ଆମ୍ଭର ବୁଦ୍ଧି ଅଛି; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ; ହଁ, ଏପରି କଥାସବୁ କିଏ ନ ଜାଣେ? 4) ମୁଁ ମୋହର ବନ୍ଧୁମାନଙ୍କ ନିମନ୍ତେ ହାସ୍ୟାସ୍ପଦ ଲୋକ ତୁଲ୍ୟ ହୋଇଅଛି, ମୁଁ ପରମେଶ୍ୱରଙ୍କୁ ଡାକନ୍ତେ, ସେ ମୋତେ ଉତ୍ତର ଦେଲେ; ଧାର୍ମିକ, ସିଦ୍ଧ ଲୋକ ହାସ୍ୟାସ୍ପଦ ହୋଇଅଛି। 5) ସୁଖରେ ଥିବା ଲୋକର ବୋଧରେ ବିପଦ ତୁଚ୍ଛନୀୟ; ଯେଉଁମାନଙ୍କର ପାଦ ଖସିଯାଏ, ସେମାନଙ୍କ ନିମନ୍ତେ ତାହା ପ୍ରସ୍ତୁତ। 6) ଡକାୟତମାନଙ୍କର ତମ୍ବୁ ନିରାପଦ ହୁଏ ଓ ପରମେଶ୍ୱରଙ୍କୁ ବିରକ୍ତ କରିବା ଲୋକେ ନିର୍ବିଘ୍ନରେ ରହନ୍ତି; ପରମେଶ୍ୱର ସେମାନଙ୍କ ହସ୍ତରେ ବହୁତ ଦିଅନ୍ତି। 7) ମାତ୍ର ଏବେ ପଶୁମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଶିକ୍ଷା ଦେବେ ଓ ଆକାଶର ପକ୍ଷୀମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଜଣାଇବେ; 8) ଅବା ପୃଥିବୀକୁ ବୋଲ, ସେ ତୁମ୍ଭକୁ ଶିକ୍ଷା ଦେବ ଓ ସମୁଦ୍ରର ମତ୍ସ୍ୟମାନେ ତୁମ୍ଭ ପ୍ରତି ପ୍ରକାଶ କରିବେ। 9) ସଦାପ୍ରଭୁଙ୍କ ହସ୍ତ ଯେ ଏହା କରିଅଛି, ଏସକଳ ଦ୍ୱାରା କିଏ ନ ଜାଣେ? 10) ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ ଓ ସମୁଦାୟ ନରବଂଶର ଶ୍ୱାସବାୟୁ ଅଛି। 11) ଯେପରି ରସନା ଖାଦ୍ୟର ଆସ୍ୱାଦ ପାଏ, ସେପରି କର୍ଣ୍ଣ କʼଣ କଥାର ପରୀକ୍ଷା ନ କରେ? 12) ପ୍ରାଚୀନମାନଙ୍କଠାରେ ଜ୍ଞାନ ଅଛି ଓ ଦୀର୍ଘାୟୁରେ ବୁଦ୍ଧି ଥାଏ। 13) ତାହାଙ୍କଠାରେ ଜ୍ଞାନ ଓ ପରାକ୍ରମ ଥାଏ; ତାହାଙ୍କର ମନ୍ତ୍ରଣା ଓ ବୁଦ୍ଧି ଅଛି। 14) ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନଃନିର୍ମିତ ହୋଇ ନ ପାରେ; ସେ ମନୁଷ୍ୟକୁ ରୁଦ୍ଧ କଲେ, ଆଉ ମୁକୁଳା ହୋଇ ନ ପାରେ। 15) ଦେଖ, ସେ ଜଳରାଶିକି ଅଟକାଇଲେ, ତାହାସବୁ ଶୁଷ୍କ ହୋଇଯାଏ; ପୁନର୍ବାର ସେ ତାହା ପଠାଇଦେଲେ, ତାହା ପୃଥିବୀକୁ ଓଲଟପାଲଟ କରି ପକାଏ। 16) ତାହାଙ୍କଠାରେ ବଳ ଓ ଫଳଦାୟକ କର୍ମଣ୍ୟତା ଥାଏ; ଭ୍ରାନ୍ତ ଓ ଭ୍ରାମକ ତାହାଙ୍କର। 17) ସେ ମନ୍ତ୍ରୀମାନଙ୍କୁ ଲୁଟିତ କରି ନେଇଯାʼନ୍ତି ଓ ବିଚାରକର୍ତ୍ତୃଗଣକୁ ସେ ନିର୍ବୋଧ କରନ୍ତି। 18) ସେ ରାଜାମାନଙ୍କର ବନ୍ଧନ ମୁକ୍ତ କରନ୍ତି ଓ କଟିବନ୍ଧନୀରେ ସେମାନଙ୍କ କଟି ବାନ୍ଧନ୍ତି। 19) ସେ ଯାଜକମାନଙ୍କୁ ଲୁଟିତ କରି ନେଇଯାʼନ୍ତି ଓ ବିକ୍ରମୀମାନଙ୍କୁ ପରାସ୍ତ କରନ୍ତି। 20) ସେ ବିଶ୍ୱସ୍ତମାନଙ୍କ ବଚନ ଅନ୍ୟଥା କରନ୍ତି ଓ ପ୍ରାଚୀନମାନଙ୍କ ବୁଦ୍ଧିକୁ ହରଣ କରି ନିଅନ୍ତି। 21) ସେ ଅଧିକାରୀମାନଙ୍କ ଉପରେ ତୁଚ୍ଛତା ଢାଳନ୍ତି; ଓ ବଳବାନର ପଟୁକା ଫିଟାଇ ପକାନ୍ତି। 22) ସେ ଅନ୍ଧକାରରୁ ନିଗୂଢ଼ ବିଷୟ ପ୍ରକାଶ କରନ୍ତି ଓ ମୃତ୍ୟୁୁଚ୍ଛାୟାକୁ ଆଲୁଅକୁ ଆଣନ୍ତି। 23) ସେ ଗୋଷ୍ଠୀୟମାନଙ୍କୁ ବୃଦ୍ଧି କରନ୍ତି ଓ ସେମାନଙ୍କୁ ବିନାଶ କରନ୍ତି; ସେ ଗୋଷ୍ଠୀୟମାନଙ୍କୁ ବାହାରେ ବିସ୍ତୀର୍ଣ୍ଣ କରନ୍ତି ଓ ସେମାନଙ୍କୁ ଭିତରେ ଆଣନ୍ତି। 24) ସେ ପୃଥିବୀସ୍ଥ ଲୋକମାନଙ୍କ ପ୍ରଧାନବର୍ଗର ହୃଦୟ ହରଣ କରନ୍ତି ଓ ସେ ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି। 25) ସେମାନେ ଆଲୁଅରହିତ ହୋଇ ଅନ୍ଧକାରରେ ଦରାଣ୍ଡି ହୁଅନ୍ତି, ସେ ସେମାନଙ୍କୁ ମତ୍ତ ଲୋକ ପରି ଟଳମଳ କରାନ୍ତି। Additional comments?
Refresh Captcha
The world's first Holy Bible un-translation!