Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Job Chapter 15 https://www.AionianBible.org/Bibles/Oriya---Oriya-Bible/Job/15 1) ଏଥିଉତ୍ତାରେ ତୈମନୀୟ ଇଲୀଫସ୍ ଉତ୍ତର କରି କହିଲା, 2) “ଜ୍ଞାନୀ ଲୋକ କʼଣ ଅସାର ଜ୍ଞାନରେ ଉତ୍ତର ଦେବ? ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ? 3) ସେ କʼଣ ଅନର୍ଥକ କଥାରେ ଓ ନିଷ୍ଫଳ ବାକ୍ୟରେ ଯୁକ୍ତି କରିବ? 4) ହଁ, ତୁମ୍ଭେ ତ ଭୟ ଦୂର କରି ଦେଉଅଛ ଓ ପରମେଶ୍ୱରଙ୍କ ସାକ୍ଷାତରେ ଭକ୍ତି କ୍ଷୀଣ କରୁଅଛ। 5) କାରଣ ତୁମ୍ଭର ଅପରାଧ ତୁମ୍ଭ ମୁଖକୁ ଶିଖାଉଅଛି ଓ ତୁମ୍ଭେ ଧୂର୍ତ୍ତର ଜିହ୍ୱା ପସନ୍ଦ କରୁଅଛ। 6) ତୁମ୍ଭର ନିଜ ମୁଖ ତୁମ୍ଭକୁ ଦୋଷୀ କରୁଅଛି, ମୁଁ କରୁ ନାହିଁ; ଆହୁରି, ତୁମ୍ଭ ନିଜ ଓଷ୍ଠାଧର ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି। 7) ମନୁଷ୍ୟମାନଙ୍କ ମଧ୍ୟରେ ତୁମ୍ଭେ କʼଣ ପ୍ରଥମଜାତ? ଅବା ପର୍ବତଗଣ ପୂର୍ବରୁ ତୁମ୍ଭେ କʼଣ ଉତ୍ପନ୍ନ ହୋଇଥିଲ? 8) ତୁମ୍ଭେ କʼଣ ପରମେଶ୍ୱରଙ୍କର ଗୁପ୍ତ ମନ୍ତ୍ରଣା ଶୁଣିଅଛ? ଓ ତୁମ୍ଭେ କʼଣ ଜ୍ଞାନ ଆତ୍ମସାତ୍ କରୁଅଛ? 9) ଆମ୍ଭମାନଙ୍କୁ ଅଜଣା କେଉଁ କଥା ତୁମ୍ଭେ ଜାଣୁଅଛ? ଆମ୍ଭମାନଙ୍କର ଅବୁଝା କେଉଁ କଥା ତୁମ୍ଭେ ବୁଝୁଅଛ? 10) ପକ୍ୱକେଶ ବିଶିଷ୍ଟ ଓ ତୁମ୍ଭ ପିତା ଅପେକ୍ଷା ପ୍ରାଚୀନ ଅତି ବୃଦ୍ଧ ଲୋକେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି। 11) ପରମେଶ୍ୱରଙ୍କ ସାନ୍ତ୍ୱନା-ବାକ୍ୟ ତୁମ୍ଭ ପ୍ରତି କି କ୍ଷୁଦ୍ର ବିଷୟ ଓ ତୁମ୍ଭ ସହିତ କୋମଳ ଆଳାପ କି ତଦ୍ରୂପ? 12) ତୁମ୍ଭ ମନ ତୁମ୍ଭକୁ କାହିଁକି ବିପଥରେ ନେଇଯାଏ? ଓ ତୁମ୍ଭର ଚକ୍ଷୁ କାହିଁକି ମଟ୍ମଟ୍ କରେ 13) ଯେ, ତୁମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ଆତ୍ମାକୁ ଉଠାଉଅଛ ଓ ଆପଣା ମୁଖରୁ ଏପରି କଥା ବାହାରିବାକୁ ଦେଉଅଛ? 14) ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ? 15) ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ୱାସ କରନ୍ତି ନାହିଁ; ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ଡଳ ନିର୍ମଳ ନୁହେଁ। 16) ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ! 17) ମୁଁ ତୁମ୍ଭକୁ ଦେଖାଇବି, ମୋʼ କଥା ଶୁଣ; ମୁଁ ଯାହା ଦେଖିଅଛି, ତାହା ପ୍ରକାଶ କରିବି; 18) ଜ୍ଞାନୀମାନେ ଆପଣା ଆପଣା ପିତୃଲୋକଙ୍କଠାରୁ ତାହା ପାଇ କହିଅଛନ୍ତି ଓ ଗୁପ୍ତ କରି ନାହାନ୍ତି; 19) କେବଳ ସେମାନଙ୍କୁ ଦେଶ ଦତ୍ତ ହୋଇଥିଲା ଓ କୌଣସି ବିଦେଶୀ ସେମାନଙ୍କ ମଧ୍ୟରେ ଗତାୟାତ କଲା ନାହିଁ; 20) ଦୁଷ୍ଟ ଲୋକ ଆପଣାର ଯାବଜ୍ଜୀବନ, ଅର୍ଥାତ୍, ଉପଦ୍ରବ ପାଇଁ ନିରୂପିତ ବର୍ଷ ଯାଏ କ୍ଳେଶ ଭୋଗ କରେ। 21) ତାହାର କର୍ଣ୍ଣରେ ତ୍ରାସଜନକ ଶବ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଣ୍ଠନକାରୀ ତାହାକୁ ଆକ୍ରମଣ କରିବ; 22) ସେ ଅନ୍ଧକାରରୁ ଫେରି ଆସିବ ବୋଲି ବିଶ୍ୱାସ କରେ ନାହିଁ ଓ ସେ ଖଡ୍ଗ ନିମନ୍ତେ ଅପେକ୍ଷିତ; 23) ସେ ଖାଦ୍ୟ ନିମନ୍ତେ ବାହାରେ ବୁଲି କହଇ, ତାହା କାହିଁ? ଅନ୍ଧକାରର ଦିନ ତାହାର ସନ୍ନିକଟ ବୋଲି ସେ ଜାଣେ। 24) ସଙ୍କଟ ଓ ମନସ୍ତାପ ତାହାକୁ ଭୀତ କରେ; ଯୁଦ୍ଧାର୍ଥେ ସସଜ୍ଜ ରାଜା ତୁଲ୍ୟ ତାହା ତାହାକୁ ପରାସ୍ତ କରେ; 25) କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି; 26) ସେ ଶକ୍ତଗ୍ରୀବ ହୋଇ ଆପଣା ଢାଲର ସ୍ଥୂଳ ଅଂଶ ଦେଖାଇ ତାହାଙ୍କ ଉପରକୁ ଦୌଡ଼େ; 27) ସେ ଆପଣା ମେଦରେ ଆପଣା ମୁଖ ଆଚ୍ଛାଦନ କଲା ଓ କଟିଦେଶ ହୃଷ୍ଟପୁଷ୍ଟ କଲା; 28) ଆଉ, ସେ ଉଜାଡ଼-ନଗରରେ ନିବାସୀରହିତ ଓ ଢିପି ହେବାକୁ ଉଦ୍ୟତ ଗୃହରେ ବାସ କଲା। 29) ଏଣୁ ସେ ଧନବାନ ହେବ ନାହିଁ, ଅବା ତାହାର ସମ୍ପତ୍ତି ସ୍ଥାୟୀ ହେବ ନାହିଁ; କିଅବା ସେମାନଙ୍କର ଉତ୍ପନ୍ନ ଫଳ ଭୂମିକୁ ଓହଳିବ ନାହିଁ। 30) ସେ ଅନ୍ଧକାରରୁ ପ୍ରସ୍ଥାନ କରିବ ନାହିଁ, ଅଗ୍ନିଶିଖା ତାହାର ଶାଖା ଶୁଷ୍କ କରିବ ଓ ପରମେଶ୍ୱରଙ୍କ ମୁଖର ନିଶ୍ୱାସରେ ସେ ଉଡ଼ିଯିବ। 31) ସେ ଆପଣାକୁ ଭ୍ରାନ୍ତ କରି ଅସାରତାରେ ବିଶ୍ୱାସ ନ କରୁ; କାରଣ ଅସାରତା ହିଁ ତାହାର ପୁରସ୍କାର ହେବ। 32) ତାହା ଆପଣା ସମୟ ପୂର୍ବେ ଶେଷ ପାଇବ ଓ ତାହାର ଶାଖା ସତେଜ ହେବ ନାହିଁ। 33) ସେ ଦ୍ରାକ୍ଷାଲତା ନ୍ୟାୟ ଆପଣା ଅପକ୍ୱ ଫଳ ଝାଡ଼ି ପକାଇବ ଓ ଜୀତବୃକ୍ଷ ନ୍ୟାୟ ଆପଣା ଫୁଲ ପକାଇ ଦେବ। 34) କାରଣ ଅଧାର୍ମିକମାନଙ୍କ ସଙ୍ଗୀଦଳ ଅଫଳ ହେବେ ଓ ଅଗ୍ନି ଲାଞ୍ଚର ତମ୍ବୁସବୁ ଗ୍ରାସ କରିବ। 35) ସେମାନେ ଅନିଷ୍ଟ ଗର୍ଭଧାରଣ କରି ଅଧର୍ମ ପ୍ରସବ କରନ୍ତି ଓ ସେମାନଙ୍କ ଉଦର ପ୍ରତାରଣା ପ୍ରସ୍ତୁତ କରେ।” Additional comments?
Refresh Captcha
The world's first Holy Bible un-translation!