Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Joshua Chapter 12 https://www.AionianBible.org/Bibles/Oriya---Oriya-Bible/Joshua/12 1) ଇସ୍ରାଏଲ-ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି। 2) ହିଷ୍ବୋନ ନିବାସୀ ଇମୋରୀୟମାନଙ୍କ ସୀହୋନ ରାଜା, ସେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଗିଲୀୟଦର ଅର୍ଦ୍ଧ ଦେଶଠାରୁ ଅମ୍ମୋନ-ସନ୍ତାନଗଣର ସୀମାସ୍ଥିତ ଯବ୍ବୋକ୍ ନଦୀ ପର୍ଯ୍ୟନ୍ତ 3) ଓ ପଦାଭୂମିସ୍ଥିତ କିନ୍ନେରତ୍ ହ୍ରଦର ପୂର୍ବ ତୀର ପର୍ଯ୍ୟନ୍ତ ଓ ବେଥ୍-ଯିଶିମୋତର ପଥରେ ପଦାଭୂମିସ୍ଥିତ ଲବଣ ସମୁଦ୍ରର ପୂର୍ବ ତୀର ପର୍ଯ୍ୟନ୍ତ ଓ ପିସ୍ଗାର ଅଧଃସ୍ଥିତ ଦକ୍ଷିଣ ଦେଶରେ କର୍ତ୍ତୃତ୍ୱ କଲେ। 4) ପୁଣି ବାଶନୀୟ ଓଗ୍ ରାଜାର ଅଞ୍ଚଳ (ଅଧିକାର କଲେ) ସେ ଅବଶିଷ୍ଟ ରଫାୟୀୟ ବଂଶଜାତ, ସେ ଅଷ୍ଟାରୋତ୍ ଓ ଇଦ୍ରିୟୀରେ ବାସ କଲା, 5) ପୁଣି ସେ ହର୍ମୋଣ ପର୍ବତରେ ଓ ସଲଖାରେ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ସୀମା ପର୍ଯ୍ୟନ୍ତ ସମୁଦାୟ ବାଶନ ଦେଶରେ ଓ ହିଷ୍ବୋନର ରାଜା ସୀହୋନର ସୀମା ପର୍ଯ୍ୟନ୍ତ ଗିଲୀୟଦର ଅର୍ଦ୍ଧ ଦେଶରେ କର୍ତ୍ତୃତ୍ୱ କଲେ। 6) ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ଏମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁଙ୍କ ସେବକ ମୋଶା ସେହି ଦେଶ ଅଧିକାର କରିବା ପାଇଁ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲେ। 7) ଯର୍ଦ୍ଦନ ଏପାରି ପଶ୍ଚିମ ଦିଗରେ ଲିବାନୋନର ସମସ୍ଥଳୀସ୍ଥିତ ବାଲ୍ଗାଦ୍ଠାରୁ ସେୟୀରଗାମୀ ହାଲକ୍ ପର୍ବତ ପର୍ଯ୍ୟନ୍ତ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ଦେଶୀୟ ଯେଉଁ ଯେଉଁ ରାଜାଙ୍କୁ ବଧ କଲେ 8) ଓ ଯିହୋଶୂୟ ଯେଉଁ ଯେଉଁ ପର୍ବତମୟ ଦେଶ ଓ ତଳଭୂମି ଓ ପଦାଭୂମି ଓ ଅଧିତ୍ୟକା ଓ ପ୍ରାନ୍ତର ଓ ଦକ୍ଷିଣାଞ୍ଚଳସ୍ଥ ହିତ୍ତୀୟ, ଇମୋରୀୟ ଓ କିଣାନୀୟ ଓ ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶ ଅଧିକାର କରିବା ପାଇଁ ସ୍ୱ ସ୍ୱ ବିଭାଗାନୁସାରେ ଇସ୍ରାଏଲ-ବଂଶମାନଙ୍କୁ ଦେଲେ, ସେହି ସବୁ ରାଜା ଏହି; 9) ଯିରୀହୋର ରାଜା, ଏକ; ବେଥେଲ୍ର ନିକଟସ୍ଥ ଅୟର ରାଜା 10) ଯିରୂଶାଲମର ରାଜା, ଏକ; ହିବ୍ରୋଣର ରାଜା, ଏକ; 11) ଯର୍ମୂତର ରାଜା, ଏକ; ଲାଖୀଶ୍ର ରାଜା, ଏକ; 12) ଇଗ୍ଲୋନ୍ର ରାଜା, ଏକ; ଗେଷରର ରାଜା, ଏକ; 13) ଦବୀରର ରାଜା, ଏକ; ଗେଦରର ରାଜା, ଏକ; 14) ହର୍ମାର ରାଜା, ଏକ; ଅରାଦର ରାଜା, ଏକ; 15) ଲିବ୍ନାର ରାଜା, ଏକ; ଅଦୁଲ୍ଲମର ରାଜା, ଏକ; 16) ମକ୍କେଦାର ରାଜା, ଏକ; ବେଥେଲ୍ର ରାଜା, ଏକ; 17) ତପୂହର ରାଜା, ଏକ; ହେଫରର ରାଜା, ଏକ; 18) ଅଫେକର ରାଜା, ଏକ; ଲାଶାରୋଣର ରାଜା, ଏକ; 19) ମାଦୋନର ରାଜା, ଏକ; ହାସୋରର ରାଜା, ଏକ; 20) ଶିମ୍ରୋଣମରୋଣର ରାଜା, ଏକ; ଅକ୍ଷଫର ରାଜା, ଏକ; 21) ତାନକ୍ର ରାଜା, ଏକ; ମଗିଦ୍ଦୋର ରାଜା, ଏକ; 22) କେଦଶର ରାଜା, ଏକ; କର୍ମିଲସ୍ଥ ଯଗ୍ନିୟାମର ରାଜା, ଏକ; 23) ଦୋର ଉପପର୍ବତସ୍ଥିତ ଦୋରର ରାଜା, ଏକ; ଗିଲ୍ଗଲ୍ସ୍ଥ ଗୋୟିମର ରାଜା, ଏକ; 24) ତିର୍ସାର ରାଜା, ଏକ; ସର୍ବସୁଦ୍ଧା ଏକତିରିଶ ରାଜା। Additional comments?
Refresh Captcha
The world's first Holy Bible un-translation!