Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Micah Chapter 5 https://www.AionianBible.org/Bibles/Oriya---Oriya-Bible/Micah/5 1) ହେ ସୈନ୍ୟଦଳର କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କର; ସେମାନେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛନ୍ତି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ଡାଘାତ କରିବେ। 2) ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି। 3) ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବ ବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟନ୍ତ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ। 4) ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ ହେବେ। 5) ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତି ସ୍ୱରୂପ ହେବେ; ଯେଉଁ ସମୟରେ ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସିବେ ଓ ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପଦାର୍ପଣ କରିବ, ସେହି ସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକ ଓ ଆଠ ଜଣ ପ୍ରଧାନ ଲୋକଙ୍କୁ ଉତ୍ଥାପନ କରିବା। 6) ପୁଣି, ସେମାନେ ଖଡ୍ଗ ଦ୍ୱାରା ଅଶୂରୀୟର ଦେଶ ଓ ନିମ୍ରୋଦ୍ ଦେଶର ପ୍ରବେଶ-ସ୍ଥାନସକଳ ଉଚ୍ଛିନ୍ନ କରିବେ; ପୁଣି, ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସି ଆମ୍ଭମାନଙ୍କ ସୀମାରେ ପଦାର୍ପଣ କଲେ ସେ ସେମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ। 7) ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ। 8) ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ନ ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ। 9) ତୁମ୍ଭ ବିପକ୍ଷଗଣର ଉପରେ ତୁମ୍ଭର ହସ୍ତ ଉନ୍ନତ ହେଉ ଓ ତୁମ୍ଭର ଶତ୍ରୁ ସମସ୍ତେ ଉଚ୍ଛିନ୍ନ ହେଉନ୍ତୁ। 10) ଆହୁରି, ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭ ଅଶ୍ୱଗଣକୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ରଥସବୁ ନଷ୍ଟ କରିବା; 11) ପୁଣି, ଆମ୍ଭେ ତୁମ୍ଭ ଦେଶର ନଗରସବୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ଦୃଢ଼ ଦୁର୍ଗସବୁ ଭାଙ୍ଗି ପକାଇବା; 12) ପୁଣି, ଆମ୍ଭେ ତୁମ୍ଭ ହସ୍ତରୁ ମାୟାବୀତ୍ୱ ଉଚ୍ଛିନ୍ନ କରିବା ଓ ଗଣକମାନେ ତୁମ୍ଭ ମଧ୍ୟରେ ଆଉ ନ ଥିବେ; 13) ଆଉ, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଖୋଦିତ ପ୍ରତିମା ଓ ତୁମ୍ଭର ସ୍ତମ୍ଭସକଳ ଉଚ୍ଛିନ୍ନ କରିବା; ତହିଁରେ ତୁମ୍ଭେ ଆପଣା ହସ୍ତକୃତ ବସ୍ତୁକୁ ଆଉ ପ୍ରଣାମ କରିବ ନାହିଁ। 14) ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଆଶେରା ମୂର୍ତ୍ତିସକଳ ଉତ୍ପାଟନ କରିବା ଓ ତୁମ୍ଭର ନଗରସବୁ ବିନଷ୍ଟ କରିବା। 15) ଆଉ, ଯେଉଁ ଗୋଷ୍ଠୀମାନେ କଥାରେ ମନୋଯୋଗ କଲେ ନାହିଁ, ସେମାନଙ୍କଠାରୁ ଆମ୍ଭେ କୋପରେ ଓ ପ୍ରଚଣ୍ଡତାରେ ପରିଶୋଧ ନେବା। Additional comments?
Refresh Captcha
The world's first Holy Bible un-translation!