Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Proverbs Chapter 13 https://www.AionianBible.org/Bibles/Oriya---Oriya-Bible/Proverbs/13 1) ଜ୍ଞାନବାନ ପୁତ୍ର ଆପଣା ପିତାର ଉପଦେଶ ଶୁଣେ; ମାତ୍ର ନିନ୍ଦକ ଅନୁଯୋଗ ଶୁଣେ ନାହିଁ। 2) ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳ ଭୋଗ କରେ; ମାତ୍ର ବିଶ୍ୱାସଘାତକର ପ୍ରାଣ ଦୌରାତ୍ମ୍ୟ ଭୋଗ କରେ। 3) ଯେଉଁ ଲୋକ ଆପଣା ମୁଖରେ ପ୍ରହରୀ ରଖେ, ସେ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଯେକେହି ଚିନ୍ତା ନ କରି କଥା କହେ, ତାହାର ବିନାଶ ହେବ। 4) ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ। 5) ଧାର୍ମିକ ଲୋକ ମିଥ୍ୟାକୁ ଘୃଣା କରେ; ମାତ୍ର ଦୁଷ୍ଟ ଲୋକ ଦୁର୍ଗନ୍ଧ ସ୍ୱରୂପ, ଆଉ ସେ ଲଜ୍ଜା ଭୋଗ କରେ। 6) ଧାର୍ମିକତା ସରଳ-ପଥଗାମୀକୁ ରକ୍ଷା କରେ; ମାତ୍ର ଦୁଷ୍ଟତା ପାପୀକୁ ଓଲଟାଇ ପକାଏ। 7) କେହି ଆପଣାକୁ ଧନୀ ଦେଖାଏ, କିନ୍ତୁ ତାହାର କିଛି ହିଁ ନାହିଁ; କେହି ବା ଆପଣାକୁ ଦରିଦ୍ର ଦେଖାଏ, କିନ୍ତୁ ତାହାର ମହାଧନ ଅଛି। 8) ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ୍ତ ସ୍ୱରୂପ; ମାତ୍ର ଦରିଦ୍ର ଲୋକ ଧମକ ଶୁଣେ ନାହିଁ। 9) ଧାର୍ମିକର ଦୀପ୍ତି ଆନନ୍ଦ କରେ; ମାତ୍ର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ। 10) ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି। 11) ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ। 12) ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ। 13) ଯେଉଁ ଲୋକ ଉପଦେଶ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେ; ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ। 14) ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ଜ୍ଞାନବାନର ବ୍ୟବସ୍ଥା ଜୀବନ-ଝର ସ୍ୱରୂପ ଅଟେ। 15) ସୁବୁଦ୍ଧିର ଫଳ ଅନୁଗ୍ରହ, ମାତ୍ର ବିଶ୍ୱାସଘାତକର ପଥ କଠିନ ଅଟେ। 16) ପ୍ରତ୍ୟେକ ଚତୁର ଲୋକ ବୁଦ୍ଧିରେ କର୍ମ କରେ; ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ। 17) ଦୁଷ୍ଟ ବାର୍ତ୍ତାବାହକ ଆପଦରେ ପଡ଼େ; ମାତ୍ର ବିଶ୍ୱସ୍ତ ଦୂତ ସ୍ୱାସ୍ଥ୍ୟଜନକ। 18) ଯେଉଁ ଜନ ଶାସନ ଅଗ୍ରାହ୍ୟ କରେ, ସେ ଦରିଦ୍ରତା ଓ ଲଜ୍ଜା ପାଏ; ମାତ୍ର ଯେ ଅନୁଯୋଗ ଘେନେ, ସେ ମର୍ଯ୍ୟାଦା ପାଇବ। 19) ବାଞ୍ଛାସିଦ୍ଧି ପ୍ରାଣକୁ ମିଷ୍ଟ ଲାଗେ; ପୁଣି, ମନ୍ଦ ତ୍ୟାଗ କରିବାର ମୂର୍ଖ ଲୋକର ଘୃଣା ବିଷୟ। 20) ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ। 21) ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ। 22) ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ। 23) ଦରିଦ୍ରର ଚାଷ ଦ୍ୱାରା ଖାଦ୍ୟର ବାହୁଲ୍ୟ ହୁଏ; ମାତ୍ର ଅନ୍ୟାୟ ସକାଶୁ କାହାର କାହାର ବିନାଶ ହୁଏ। 24) ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ; ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ। 25) ଧାର୍ମିକ ଆପଣା ପ୍ରାଣର ତୃପ୍ତି ପର୍ଯ୍ୟନ୍ତ ଖାଏ, ମାତ୍ର ପାପୀର ଉଦର ଅତୃପ୍ତ ଥାଏ। Additional comments?
Refresh Captcha
The world's first Holy Bible un-translation!