Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Psalms Chapter 102 https://www.AionianBible.org/Bibles/Oriya---Oriya-Bible/Psalms/102 1) ଅବସନ୍ନ କାଳେ ସଦାପ୍ରଭୁଙ୍କ ଛାମୁରେ ଆପଣା ଖେଦର କଥା ଭାଙ୍ଗି ଜଣାଇବା ବେଳେ ଦୁଃଖୀ ଲୋକର ପ୍ରାର୍ଥନା। ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ। 2) ମୋʼ ସଙ୍କଟ ଦିନରେ ମୋʼ ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ। 3) କାରଣ ମୋʼ ବଞ୍ଚିବାର ଦିନସବୁ ଧୂଆଁ ପରି କ୍ଷୟ ପାଏ ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ। 4) ମୋହର ହୃଦୟ ତୃଣ ପରି ଉତ୍ତାପିତ ଓ ଶୁଷ୍କ ହୋଇଅଛି, ମୁଁ ଆପଣା ଆହାର ଭୋଜନ କରିବାକୁ ପାସୋରି ଯାଏ। 5) ମୋହର ହାହାକାର ଶବ୍ଦ ସକାଶୁ ମୋʼ ଅସ୍ଥିସବୁ ମୋʼ ମାଂସରେ ଲାଗି ରହେ। 6) ମୁଁ ପ୍ରାନ୍ତରସ୍ଥ ପାଣିଭେଳା ପକ୍ଷୀର ତୁଲ୍ୟ; ମୁଁ ନରଶୂନ୍ୟ ସ୍ଥାନର ପେଚା ପରି ହୋଇଅଛି। 7) ମୁଁ ଉଜାଗର ରହେ ଓ ଛାତ ଉପରିସ୍ଥ ଏକାକୀ ଥିବା ଘରଚଟିଆ ତୁଲ୍ୟ ହୋଇଅଛି; 8) ମୋʼ ଶତ୍ରୁମାନେ ସାରାଦିନ ମୋତେ ନିନ୍ଦା କରନ୍ତି; ମୋʼ ବିରୁଦ୍ଧରେ କ୍ରୋଧାନ୍ୱିତ ଲୋକମାନେ ମୋʼ ନାମ ନେଇ ଅଭିଶାପ ଦିଅନ୍ତି। 9) କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛି ଓ ମୋହର ପେୟଦ୍ରବ୍ୟ ନେତ୍ରଜଳ ସଙ୍ଗେ ମିଶାଇଅଛି। 10) ତୁମ୍ଭର କ୍ରୋଧ ଓ କୋପ ସକାଶୁ ଏହା ହୋଇଅଛି; ଯେହେତୁ ତୁମ୍ଭେ ମୋତେ ଉଠାଇ ପକାଇ ଦେଇଅଛ। 11) ମୋହର ଦିନସବୁ କ୍ଷୟ ପାଉଥିବା ଛାୟା ତୁଲ୍ୟ ଓ ମୁଁ ତୃଣ ତୁଲ୍ୟ ଶୁଷ୍କ ହେଉଅଛି। 12) ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ। 13) ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ। 14) ଯେହେତୁ ତୁମ୍ଭ ଦାସମାନେ ତହିଁର ପଥରରେ ଶ୍ରଦ୍ଧା ଓ ତହିଁର ଧୂଳିରେ ଦୟାଭାବ ବହନ୍ତି। 15) ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ ଓ ପୃଥିବୀସ୍ଥ ରାଜାଗଣ ତୁମ୍ଭ ମହିମାକୁ ଭୟ କରିବେ। 16) କାରଣ ସଦାପ୍ରଭୁ ସିୟୋନକୁ ପୁନଃନିର୍ମାଣ କରିଅଛନ୍ତି ଓ ସେ ଆପଣା ଗୌରବରେ ଦର୍ଶନ ଦେଇଅଛନ୍ତି; 17) ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି। 18) ଏହା ଭବିଷ୍ୟତ ବଂଶ ନିମନ୍ତେ ଲିଖିତ ହେବ; ଆଉ, ଯେଉଁ ଗୋଷ୍ଠୀ ସୃଷ୍ଟ ହେବେ, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବେ। 19) କାରଣ ବନ୍ଦୀର ହାହାକାର ଶୁଣିବାକୁ, ହତ ହେବା ନିମନ୍ତେ ନିରୂପିତ ଲୋକମାନଙ୍କୁ ମୁକ୍ତ କରିବାକୁ; 20) ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି; ସେ ସ୍ୱର୍ଗରୁ ପୃଥିବୀକୁ ଅବଲୋକନ କଲେ; 21) ତହିଁରେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ଗୋଷ୍ଠୀବର୍ଗ ଓ ରାଜ୍ୟସକଳ ଏକତ୍ରିତ ହେବା ବେଳେ, 22) ଲୋକମାନେ ସିୟୋନରେ ସଦାପ୍ରଭୁଙ୍କ ନାମ ଓ ଯିରୂଶାଲମରେ ତାହାଙ୍କର ପ୍ରଶଂସା ପ୍ରଚାର କରିବେ; 23) ସଦାପ୍ରଭୁ ଜୀବନର ପଥ ମଧ୍ୟରେ ମୋର ବଳ ହ୍ରାସ କଲେ, ସେ ମୋହର ଆୟୁ ଊଣା କଲେ। 24) ମୁଁ କହିଲି, “ହେ ମୋହର ପରମେଶ୍ୱର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ; ତୁମ୍ଭର ବର୍ଷ ପୁରୁଷାନୁକ୍ରମରେ ଥାଏ।” 25) ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ। 26) ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ; ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ; ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ। 27) ମାତ୍ର ତୁମ୍ଭେ ସେହି ଅଟ ଓ ତୁମ୍ଭ ବଞ୍ଚିବାର ବର୍ଷ ଶେଷ ହେବ ନାହିଁ। 28) ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ। Additional comments?
Refresh Captcha
The world's first Holy Bible un-translation!