Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Psalms Chapter 19 https://www.AionianBible.org/Bibles/Oriya---Oriya-Bible/Psalms/19 1) ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଆକାଶମଣ୍ଡଳ ପରମେଶ୍ୱରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ। 2) ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ। 3) କୌଣସି ବାକ୍ୟ କି ଭାଷା ନ ଥାଏ; ସେମାନଙ୍କ ରବ ଶୁଣାଯାଇ ନ ପାରେ। 4) ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି, 5) ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ। 6) ଆକାଶମଣ୍ଡଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ। 7) ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ 8) ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ। 9) ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ। ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ। 10) ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ। 11) ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ। 12) ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର। 13) ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ୱ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି। 14) ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ। Additional comments?
Refresh Captcha
The world's first Holy Bible un-translation!