Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Psalms Chapter 39 https://www.AionianBible.org/Bibles/Oriya---Oriya-Bible/Psalms/39 1) ପ୍ରଧାନ ବାଦ୍ୟକର ନିମନ୍ତେ, ଯିଦୂଥୂନ୍ ପାଇଁ ଦାଉଦଙ୍କର ଗୀତ। ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋʼ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି।” 2) ମୁଁ ମୌନ ହୋଇ ନୀରବ ଥିଲି, ସତ କଥାରୁ ହିଁ ନିବୃତ୍ତ ରହିଲି; ତହିଁରେ ମୋହର ଦୁଃଖ ପ୍ରବଳ ହେଲା; 3) ମୁଁ ମୋହର ଅନ୍ତରରେ ଅତିଶୟ ଚିନ୍ତିତ ହେଲି; ମୁଁ ଯେମିତି ମୋହର ସମସ୍ୟା ବିଷୟରେ ଭାବିଲି, ମୁଁ ଅଧିକ ଚିନ୍ତିତ ହେଲି; ତେବେ ମୁଁ ଆପଣା ଜିହ୍ୱାରେ କଥା କହିଲି; 4) “ହେ ସଦାପ୍ରଭୋ, ମୋହର ଅନ୍ତିମକାଳ ଓ ମୋʼ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ। 5) ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ; ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ ହିଁ ନିତାନ୍ତ ଅସାର। (ସେଲା) 6) ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ। 7) ହେ ପ୍ରଭୋ, ଏବେ ମୁଁ କାହିଁର ଅପେକ୍ଷା କରିବି? ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି। 8) ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ। 9) ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ। 10) ମୋʼ ଠାରୁ ତୁମ୍ଭ ଆଘାତ ଦୂର କର; ତୁମ୍ଭ କରାଘାତରେ ମୁଁ କ୍ଷୀଣ ହେଲି। 11) ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। (ସେଲା) 12) ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋʼ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ। 13) ମୁଁ ଏଠାରୁ ପ୍ରସ୍ଥାନ କରିବାର ଓ ଆଉ ନ ଥିବାର ପୂର୍ବେ ଯେପରି ପ୍ରଫୁଲ୍ଲ ହେବି, ଏଥିପାଇଁ ମୋʼ ଠାରୁ ଦୃଷ୍ଟି ଫେରାଅ।” Additional comments?
Refresh Captcha
The world's first Holy Bible un-translation!