Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Psalms Chapter 58 https://www.AionianBible.org/Bibles/Oriya---Oriya-Bible/Psalms/58 1) ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ; ମିକ୍ତାମ୍। ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ? 2) ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; ତୁମ୍ଭେମାନେ ଦେଶରେ ସ୍ୱହସ୍ତର ଦୌରାତ୍ମ୍ୟ ତୌଲୁଅଛ। 3) ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି। 4) ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ; 5) ସାପୁଡ଼ିଆମାନେ ଯେତେ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ୱର ଶୁଣେ ନାହିଁ। 6) ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ। 7) ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ। 8) ଯେଉଁ ଶାମୁକା ଯାଉ ଯାଉ ତରଳି ଯାଏ ଓ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ। 9) ତୁମ୍ଭମାନଙ୍କ ହାଣ୍ଡି କଣ୍ଟକ ସ୍ପର୍ଶ ନ କରିବା ପୂର୍ବରୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ। 10) ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ। 11) ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ୱର ଅଛନ୍ତି। Additional comments?
Refresh Captcha
The world's first Holy Bible un-translation!