Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Psalms Chapter 69 https://www.AionianBible.org/Bibles/Oriya---Oriya-Bible/Psalms/69 1) ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ୱରରେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋତେ ପରିତ୍ରାଣ କର; କାରଣ ମୋʼ ବେକ ପର୍ଯ୍ୟନ୍ତ ଜଳରାଶି ଆସିଅଛି। 2) ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋʼ ଉପର ଦେଇ ଯାଉଅଛି। 3) ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ। 4) ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି। 5) ହେ ପରମେଶ୍ୱର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ। 6) ହେ ପ୍ରଭୋ, ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଅନୁସରଣକାରୀମାନେ ମୋʼ ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଅନ୍ୱେଷଣକାରୀମାନେ ମୋʼ ଦେଇ ଅପମାନିତ ନ ହେଉନ୍ତୁ। 7) କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି। ଲଜ୍ଜା ମୋʼ ମୁଖ ଆଚ୍ଛାଦନ କରିଅଛି। 8) ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି। 9) କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି। 10) ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋʼ ନିନ୍ଦାର ବିଷୟ ହେଲା। 11) ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, ସେମାନଙ୍କ ନିକଟରେ ପ୍ରବାଦ ସ୍ୱରୂପ ହେଲି। 12) ନଗର-ଦ୍ୱାରରେ ବସିବା ଲୋକମାନେ ମୋʼ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି। 13) ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ। 14) ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ। 15) ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋʼ ଉପରେ ଆପଣା ମୁଖ ବନ୍ଦ ନ କରୁ। 16) ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋʼ ପ୍ରତି ଫେର। 17) ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ। 18) ମୋʼ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋʼ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର। 19) ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ; ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି। 20) ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ। 21) ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ। 22) ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ୱରୂପ ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ୱରୂପ ହେଉ। 23) ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର। 24) ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳିଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ଡତା ସେମାନଙ୍କୁ ଧରୁ। 25) ସେମାନଙ୍କର ବସତି ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ ତମ୍ବୁରେ କେହି ବାସ ନ କରୁ। 26) କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିଙ୍କୁ ତାଡ଼ନା କରନ୍ତି ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି। 27) ସେମାନଙ୍କ ଅପରାଧରେ ଅପରାଧ ଯୋଗ କର ଓ ସେମାନେ ତୁମ୍ଭ ଧାର୍ମିକତାର ଅଂଶୀ ନ ହେଉନ୍ତୁ। 28) ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ। 29) ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ; ହେ ପରମେଶ୍ୱର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ। 30) ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି। 31) ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ। 32) ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ୱରଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ। 33) କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ। 34) ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ। 35) କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ। 36) ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ; ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ। Additional comments?
Refresh Captcha
The world's first Holy Bible un-translation!